ରିପୋର୍ଟ କାର୍ଡ / ଭୁବନେଶ୍ୱର
ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ସଂଶୋଧିତ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ ନିମନ୍ତେ ଗତକାଲିଠାରୁ ଘରକୁ ଘରୁ ସର୍ଭେ ଆରମ୍ଭ ହୋଇଛି । ଅଗଷ୍ଟ ୨୧ତାରିଖ ପର୍ଯ୍ୟନ୍ତ ଏହି ସର୍ଭେ ଚାଲିବ । ରାଜ୍ୟର ମୋଟ ୩୭୬୦୭ଜଣ ବୁଥସ୍ତରୀୟ ଅଧିକାରୀମାନେ ସମସ୍ତ ୩୦ଟି ଜିଲ୍ଲାର ୧୪୭ଟି ବିଧାନସଭା ମଣ୍ଡଳୀର ଘରକୁ ଘର ବୁଲି ଭୋଟରଙ୍କ ତଥ୍ୟ ସଂଗ୍ରହ କରିବେ । ଯେଉଁମାନଙ୍କ ନାଁ ଭୋଟର ତାଲିକାରୁ ବାଦ୍ ପଡ଼ିଛି ସେମାନଙ୍କ ନାମକୁ ଯୋଗ କରିବା ସହ ଯାହାଙ୍କ ବୟସ ୨୦୨୩ ଅକ୍ଟୋବର ୧ତାରିଖ ସୁଦ୍ଧା ୧୮ବର୍ଷ ହୋଇଥିବ ସେମାନଙ୍କୁ ତାଲିକାଭୁକ୍ତ କରାଇବା, ଅନ୍ୟତ୍ର ସ୍ଥାନାନ୍ତର ହୋଇଥିବା ଭୋଟରଙ୍କ ନାଁ ବାଦ୍ ଦେବା ଓ ଭୋଟର ତାଲିକାରୁ ମୃତ ବ୍ୟକ୍ତିଙ୍କ ନାଁ ବାଦ୍ ଦେବା ପାଇଁ ଏହି ସର୍ଭେ କରାଯାଉଛି ।






More Stories
ରଥଯାତ୍ରା ପାଇଁ ପରିବହନ ବିଭାଗର ନୂଆ ନିୟମ…..
ନବୀନ କରିବେ ବଡ଼ ଘୋଷଣା!…..
ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ…..