Report Card Odisha

| Daily Odia News

କଟକ- ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ କାମ ଆରମ୍ଭ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

କଟକ- ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। କଟକର ତ୍ରିଶୂଳିଆ ଛକରୁ ଭୁବନେଶ୍ବରର ରାଜଭବନ ଛକ ଯାଏଁ ୨୪ ଟି ସ୍ଥାନରେ ଜିଓ ଟେକନିକାଲ ଇନଭେଷ୍ଟିଗେସନ ହେବ। ଏବେ ୩୦ ଫୁଟ ତଳରୁ ମାଟି ଖନନ କରାଯାଉଛି। ପ୍ରତି ଦେଢ଼ ମିଟର ତଳର ମାଟିକୁ ପରୀକ୍ଷା କରାଯିବ। ଲ୍ୟାବରେ ପରୀକ୍ଷା ପରେ ଡିପିଆର ପ୍ରସ୍ତୁତ କରି ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେସନ ରାଜ୍ୟ ସରକାରଙ୍କୁ ଦେବ। ଏନେଇ ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେସନର ଜନୈକ ଅଧିକାରୀ କହିଛନ୍ତି | ମେଟ୍ରୋ ଚାଲିବା ପାଇଁ ଏଠାକାର ମାଟି କେତେ ଭଲ, ରାସ୍ତାର ଦୁଇ ପାଖରେ କେତେ ଘର ଓ ଗଛ ରହିଛି ତାର ବି ସର୍ବେକ୍ଷଣ ଚାଲିଛି। ଏହି କାମକୁ ୨ରୁ ୩ ସପ୍ତାହ ଲାଗିବ ସୂଚନାଯୋଗ୍ୟ, ଖୁବ୍‌ ଶୀଘ୍ର ଓଡ଼ିଶାରେ ବହୁ ପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପ ଆରମ୍ଭ ହେବ। କଟକ-ଭୁବନେଶ୍ବର-ଖୋର୍ଦ୍ଧା-ପୁରୀକୁ ସଂଯୋଗ କରି ଏହି ମେଟ୍ରୋ ରେଳ ଚଳାଚଳ କରିବ। ପ୍ରଥମ ପର୍ଯ୍ୟାୟରେ କଟକର ତ୍ରିଶୁଳିଆରୁ ଭୁବନେଶ୍ବର ବିମାନବନ୍ଦର ମଧ୍ୟରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟ ସରକାର ନିଜସ୍ବ ଅର୍ଥରେ ଏହି ପ୍ରକଳ୍ପ କରିବେ। ଏନେଇ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଥିଲେ।

Breaking News