Report Card Odisha

| Daily Odia News

ସୂର୍ଯ୍ୟକିରଣ ସୋ ପାଇଁ ଗ୍ରାଉଣ୍ଡ ସ୍ଥିତି ପରଖିଲେ ପୋଲିସ କମିଶନର ଏବଂ ଡିସିପି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର 

ଆସନ୍ତା ୧୬ ତାରିଖରେ ଭୁବନେଶ୍ୱର କୁଆଖାଇ ନଦୀକୂଳରେ ହେବାକୁ ଥିବା ସୂର୍ଯ୍ୟକିରଣ ସୋ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ଏହି ଗ୍ରାଉଣ୍ଡ ସ୍ଥିତି ପରଖିଛନ୍ତି ପୋଲିସ କମିଶନର ଏବଂ ଡିସିପି । ସୋ ପ୍ରଦର୍ଶନ ସମୟରେ ସୁରକ୍ଷା ବ୍ୟବସ୍ଥା ଓ ଟ୍ରାଫିକ ବ୍ୟବସ୍ଥା କିପରି ହେବ ତାର ଯାଞ୍ଚ କରାଯାଇଛି। ଆଜାଦି କା ଅମୃତ ମହୋତ୍ସବ ଉପଲକ୍ଷେ ବାୟୁସେନାର ସୂର୍ଯ୍ୟକିରଣ ଏୟାର ସୋ ପାଇଁ ଆଜି ଭୁବନେଶ୍ୱର ପହଞ୍ଚିବ ଇଣ୍ଡକ୍ସନ ଟିମ। N-32 ବିମାନରେ ଆସିବ ଇଣ୍ଡକ୍ସନ ଟିମ୍‌ । ୧୩ ତାରିଖରେ ସୋ’ରେ ଭାଗ ନେବାକୁ ଥିବା ୧୧ଟି ହକ ବିମାନ ଆସିବ। ଏହି ସୋ’ରେ ୯ଟି ହକ ବିମାନ ଅଂଶଗ୍ରହଣ କରିବ ଓ ୨ଟି ଷ୍ଟାଣ୍ଡ ବାଏ ରହିବ।

Breaking News