Report Card Odisha

| Daily Odia News

ସୁଶୀଲ ମୋଦୀଙ୍କ ପରଲୋକ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ବିଜେପିର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ଏବଂ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦୀଙ୍କ ୭୨ବର୍ଷ ବୟସରେ ପରଲୋକ ହୋଇଯାଇଛି। କର୍କଟ ରୋଗରେ ଆକ୍ରାନ୍ତ ହୋଇ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ଦୀର୍ଘ ଏକ ମାସ ଧରି ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କର ପରଲୋକ ହୋଇଛି। ଆଜି ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ତାଙ୍କ ବିୟୋଗରେ ବହୁ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ୨୦୦୪ରେ ଲୋକସଭା ଏବଂ ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ୩୩ ବର୍ଷର ରାଜନୈତିକ କ୍ୟାରିୟର ମଧ୍ୟରେ ସେ ରାଜ୍ୟସଭା, ବିଧାନସଭା ଏବଂ ବିଧାନ ପରିଷଦ ସମେତ ସମସ୍ତ ୪ଟି ଗୃହର ସଦସ୍ୟ ରହିଥିଲେ।

 

Breaking News