ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବିଶିଷ୍ଟ ତବଲା ବାଦକ ଉସ୍ତାଦ ଜାକିର ହୁସେନଙ୍କ ପରଲୋକ ଘଟିଛି। କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ପଦ୍ମଶ୍ରୀ, ପଦ୍ମ ଭୂଷଣ ଓ ପଦ୍ମ ବିଭୂଷଣ ଭଳି ସମ୍ମାନରେ ସମ୍ମାନୀତ ଉସ୍ତାଦ ଜାକିର ହୁସେନଙ୍କୁ ମୃତ୍ୟୁ ବେଳକୁ ୭୩ ବର୍ଷ ବୟସ ହୋଇଥିଲା | ତାଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଲହରୀ ଖେଳିଯାଇଛି। ୩ଥର ଗ୍ରାମି ପୁରସ୍କାର ପାଇଥିଲେ ସେ। ୧୯୮୮ରେ ପଦ୍ମଶ୍ରୀ, ୨୦୦୨ରେ ପଦ୍ମ ଭୂଷଣ ସମ୍ମାନ ପାଇଥିଲେ ଉସ୍ତାଦ ଜାକିର ହୁସେନ। ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଜଗତକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଭାରତ ସରକାର ୨୦୨୩ରେ ପଦ୍ମ ବିଭୂଷଣ ପ୍ରଦାନ କରିଥିଲେ। ୧୯୯୯ ମସିହାରେ ତାଙ୍କୁ ଆମେରିକାର ନ୍ୟାସନାଲ୍ ଆଣ୍ଡୋମେଣ୍ଟ ଫର୍ ଦି ଆର୍ଟ୍ସ ପକ୍ଷରୁ ନ୍ୟାସନାଲ୍ ହେରିଟେଜ୍ ଫେଲୋଶିପ୍ ପ୍ରଦାନ କରାଯାଇଥିଲା। ତାଙ୍କୁ କେବଳ ଭାରତ ନୁହେଁ, ସମଗ୍ର ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ବିବେଚନା କରାଯାଏ।
More Stories
ନିର୍ବାଚନ ନିୟମରେ ବଡ଼ ପରିବର୍ତ୍ତନ,ଭିଡିଓ ରେକର୍ଡିଂ ଦେଖାଇବେନି…..
ଭୂକମ୍ପରେ ଥରିଲା ନେପାଳ…..
କେଜ୍ରିୱାଲ୍ଙ୍କ ବିରୋଧରେ ମାମଲା ଚଳାଇବାକୁ ଇଡିକୁ ଅନୁମତି ଦେଲେ ଉପ ରାଜ୍ୟପାଳ….