ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତାଜ୍ ଏକ୍ସପ୍ରେସ୍ ଟ୍ରେନ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟ୍ରେନ୍ର ୨ଟି ବଗିରେ ନିଆଁ ଲାଗି ଯାଇଥିବା ବେଳେ ଏହାକୁ ଲିଭାଇ ଦିଆଯାଇଛି। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ନୂଆଦିଲ୍ଲୀର ତୋଗଲକାବାଦ୍-ଓଖଲା ମଧ୍ୟରେ ଏହି ଘଟଣା ଘଟିଛି। ଦିଲ୍ଲୀ ଅଗ୍ନିଶମ ବାହିନୀର ଜଣେ ଅଧିକାରୀ କହିଛନ୍ତି, ତାଜ୍ ଏକ୍ସପ୍ରେସ୍ ଟ୍ରେନ୍ର ଚାରିଟି କୋଚ୍ରେ ନିଆଁ ଲାଗିଥିବା ନେଇ ଅପରାହ୍ନ ୪ଟା ୨୪ ମିନିଟ୍ରେ ଆମେ ଏକ ଫୋନ୍ କଲ୍ ପାଇଥିଲୁ। ଏହା ପରେ ୮ଟି ଦମକଳ ଗାଡ଼ି ଆସି ନିଆଁକୁ ଆୟତ୍ତ କରିଥିଲେ |






More Stories
୪ରେ କେରଳମ ଛୁଇଁବ ମୌସୁମୀ!….
ଲୋକ ଅଦାଲତ କିମ୍ବା ଡିଏଲ୍ଏସ୍ଏ ବିବାହ ବିଚ୍ଛେଦ ସମ୍ପର୍କରେ ନିଷ୍ପତ୍ତି ନେଇ ପାରିବେନି…..
ପୁଣି ବଢିଲା ସିଲିଣ୍ଡର ଦାମ୍ !….