ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ନବ ନିର୍ବାଚିତ ବିଧାୟକମାନେ ଶପଥ ନେଇଛନ୍ତି। ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ତାଙ୍କ ଦୁଇ ଉପ-ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଓ ପ୍ରଭାତି ପରିଡା ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ନବ ନିର୍ବାଚିତ ବିଧାୟକ ମାନେ ପର୍ଯ୍ୟାୟକ୍ରମେ ଶପଥ ଗ୍ରହଣ କରିଛନ୍ତି। ହିଞ୍ଜିଳି ବିଧାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶପଥ ନେଇଛନ୍ତି । ସନ୍ଧ୍ୟା ୫ଟା ଯାଏଁ ଶପଥ ପାଠ ଚାଲିବ। ଆଜି ଓ ଆସନ୍ତାକାଲି ଦୁଇ ଦିନ ବିଧାୟକଙ୍କ ମାନେ ଶପଥ ଗ୍ରହଣ କରିବେ। ଏହାପରେ ୨୦ ତାରିଖରେ ବାଚସ୍ପତି ନିର୍ବାଚନ ହେବ। ତିନି ଦିନିଆ ଅଧିବେଶନ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।






More Stories
୧୯ରୁ ମାଟ୍ରିକ ପରୀକ୍ଷା……
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..