ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ପୁଡୁଚେରୀ ରାଜଭବନ ପକ୍ଷରୁ ଖବର ଅନୁସାରେ ସେ ଏହି କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ପଦ ଛାଡ଼ିବା ନେଇ ମଧ୍ୟ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୯ ମସିହା ନଭେମ୍ବର ମାସରେ ତାମିଲିସାଇ ସୌନ୍ଦରାରାଜନ ତେଲଙ୍ଗାନା ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ। ଏହାପରେ ୨୦୨୧ ମସିହା ଫେବୃଆରୀରେ ତାଙ୍କୁ ପୁଡୁଚେରୀ ଉପରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଥିଲା।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….