ରିପୋର୍ଟ କାର୍ଡ / ଅମରାବତୀ
ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମରେ ଦଳାଚକଟା ହେବାରୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିର ଭିତରେ ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ଼ ଯୋଗୁ ଏପରି ଅଘଟଣ ଘଟିଛି। ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିବାବେଳେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଉକ୍ତ ଘଟଣାକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଶୋକ ପ୍ରକାଶ କରିଛନ୍ତି। ଆହତମାନଙ୍କୁ ତ୍ୱରିତ ଚିକିତ୍ସା ସେବା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।






More Stories
ସମ୍ବିଧାନ ଉଚ୍ଛେଦ ପାଇଁ ପ୍ରସ୍ତାବ ଦେଉଛି ବିଜେପି……
ଦିଲ୍ଲୀରେ ବିଶ୍ବହିନ୍ଦୁ ପରିଷଦର ବିକ୍ଷୋଭ…..
ସୋନିଆ,ରାହୁଲଙ୍କୁ ହାଇକୋର୍ଟ ନୋଟିସ…..