ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୬ ଜଣ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ସମୟର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।ଚାରିଆଡେ ବିମାନର ଖଣ୍ଡ ବିଖଣ୍ଡିତ ଅଂଶ ପଡିଛି। ରିପୋର୍ଟ ଅନୁସାରେ, ଏହା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ ଥିଲା। ପ୍ରଶାସନ ଏବଂ ସୁରକ୍ଷା ଏଜେନ୍ସିଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ମୂଲ୍ୟାଙ୍କନ କରୁଛନ୍ତି। ଅଜିତ ପାୱାରଙ୍କ ବ୍ୟତୀତ ଏଥିରେ ଅନ୍ୟ ୬ ଜଣ ଥିଲେ। ସେ ବାରାମତିରେ ନିର୍ବାଚନ ପ୍ରଚାର ପାଇଁ ଯାଉଥିଲେ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..