ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାମ୍ମୁର ଚଡ୍ଡା କ୍ୟାମ୍ପ ନିକଟରେ ଆଜି କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ ଯବାନଙ୍କ ବସ ଉପରକୁ ଆତଙ୍କବାଦୀ ଆକ୍ରମଣ ହୋଇଛି | ୧୫ ଜଣ ସିଆଇଏସଏଫ ଯବାନଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଉପରକୁ ଆତଙ୍କବାଦୀମାନେ ଗ୍ରେନେଡ ଆକ୍ରମଣ କରିଛନ୍ତି । ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୨ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ସକାଳୁ କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଏହି ଆକ୍ରମଣ ହୋଇଥିବା ଜଣାପଡିଛି । ସହିଦ ହୋଇଥିବା ଯବାନ ଜଣକ ସିଆଇଏସଏଫର ଜଣେ ଏଏସଆଇ ବୋଲି କୁହାଯାଉଛି । ସିଆଇଏସଏଫ୍ ପକ୍ଷରୁ ପଲଟା ଆକ୍ରମଣରେ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସିଆଇଏସଏଫର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।






More Stories
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..
ପ୍ରମାଣ ନୁହେଁ ରାଜସ୍ବ ରେକର୍ଡ……
ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍ ସଂଘ……