ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପାକିସ୍ତାନରେ ଯାତ୍ରୀବାହୀ ଗାଡ଼ି ଉପରରେ ଆତଙ୍କବାଦୀ ଆକ୍ରମଣ ହୋଇଛି | ଆକ୍ରମଣରେ ୩୮ ଜଣଙ୍କ ମୃତ୍ୟୁ ଘଟି ଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ପାକିସ୍ତାନର ଗଣମାଧ୍ୟମ ରିପୋର୍ଟ ଅନୁସାରେ -ପାରାଚିନାରରୁ ପେଶାୱାର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ଗାଡି ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଯାତ୍ରୀବାହୀ ଗାଡ଼ି ଉପରକୁ ଗୁଳି ଚଳାଇବାରୁ ଜଣେ ମହିଳା ଓ ଜଣେ ଶିଶୁଙ୍କ ସମେତ ଅତି କମରେ ୩୮ ଜଣଙ୍କର ମୃତ୍ୟୁ ଘଟିଛି । ଆକ୍ରମଣରେ୨୯ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।ଇସଲାମାବାଦରେ ଏକ ସାମ୍ବାଦିକ ସମ୍ମିଳନୀରେ କୁରମ ଘଟଣାକୁ ତୀବ୍ର ନିନ୍ଦା କରି ଆଭ୍ୟନ୍ତରୀଣ ମନ୍ତ୍ରୀ ମୋହସିନ ନକଭି ନିଶ୍ଚିତ କରିଛନ୍ତି ଯେ ଏହି ଭୟଙ୍କର ବନ୍ଧୁକ ଆକ୍ରମଣରେ ୩୮ ଜଣଙ୍କ ମୃତ୍ୟୁ ଘଟିଛି।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..