ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର। ଜଣେ ଆତଙ୍କୀ ନିପାତ। ଅପରେସନ ସମୟରେ ଜଣେ ଯବାନ ସହିଦ ହୋଇଥିବା ସୂଚନା। ଏଥିସହ ୩ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୬ ବର୍ଷର ସେନା କୁକୁର ‘କେଣ୍ଟ’ର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ଗତକାଲି ରଜୌରୀ ଜିଲ୍ଲା ନରହ୍ଲା ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ନେଇ ଖବର ପାଇଥିଲେ ସୁରକ୍ଷାକର୍ମୀ। ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ ସମୟରେ ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଆତଙ୍କୀ ନିପାତ ହୋଇଛି।






More Stories
ଜାଣନ୍ତୁ ଚଳିତବର୍ଷର ବଜେଟ୍…..
ବଢିଲା ଏଲପିଜି ସିଲିଣ୍ଡର ଦର….
ରାଷ୍ଟ୍ରପତିଙ୍କୁ ଭେଟିଲେ ନିର୍ମଳା ସୀତାରମଣ……