ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର। ଜଣେ ଆତଙ୍କୀ ନିପାତ। ଅପରେସନ ସମୟରେ ଜଣେ ଯବାନ ସହିଦ ହୋଇଥିବା ସୂଚନା। ଏଥିସହ ୩ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ବେଳେ ୬ ବର୍ଷର ସେନା କୁକୁର ‘କେଣ୍ଟ’ର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ଗତକାଲି ରଜୌରୀ ଜିଲ୍ଲା ନରହ୍ଲା ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ନେଇ ଖବର ପାଇଥିଲେ ସୁରକ୍ଷାକର୍ମୀ। ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ ସମୟରେ ଆତଙ୍କୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଆତଙ୍କୀ ନିପାତ ହୋଇଛି।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..