ରିପୋର୍ଟ କାର୍ଡ / ପୁରୀ
ହୁତ୍ ହୁତ୍ ହୋଇ ଜଳିଗଲା ପୁରୀ ବସଷ୍ଟାଣ୍ଡରେ ଯାତ୍ରୀବାହୀ ବସ୍ । ସୂଚନା ମିଳିବା ପରେ ପୁରୀ ଅଗ୍ନିଶମ ଓ ଶ୍ରୀଜଗନ୍ନାଥ ଅଗ୍ନିଶମ କେନ୍ଦ୍ରର ୪ ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ସୌଭାଗ୍ୟବଶତଃ ଅଗ୍ନିକାଣ୍ଡରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଗତକାଲି ରାତିରେ ପୁରୀ ବସଷ୍ଟାଣ୍ଡରେ ଛିଡ଼ା ହୋଇଥିବା ଏକ ଘରୋଇ ବସ୍ ରେ ନିଆଁ ଲାଗି ଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ । ତେବେ ବସଷ୍ଟାଣ୍ଡରେ ଅନେକ ଗୁଡିଏ ବସ୍ ଲାଇନ୍ ହୋଇ ରହିଥିବା ବେଳେ ଅଗ୍ନିଶମ ବିଭାଗର ତ୍ୱରିତ ପଦକ୍ଷେପ ଯୋଗୁଁ ଅନ୍ୟ ବସ୍ ରେ ନିଆଁ ଲାଗିବାରୁ ବର୍ତ୍ତି ଯାଇଥିଲା ।।






More Stories
ରାଜଧାନୀରେ ‘ନାଇଟ୍ ଅପରେସନ’…..
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..
ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..