ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା । ପୁରୀ ତାଳବଣିଆ ଠାରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ୍ ଖାତାକୁ ଏହି ଟଙ୍କା ପଠାଇଛନ୍ତି । ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଚଳିତ ଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ମଧ୍ୟ ସୁଭଦ୍ରା ଯୋଜନାରେ ସାମିଲ ହୋଇଛନ୍ତି। ମୋଟ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ଦିଆ ଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ୫ ହଜାର କୋଟିରୁ ଅଧିକ ଟଙ୍କା ସିଧା ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏବେସୁଦ୍ଧା ମୋଟ ୧ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ଜଣ ଆବେଦନ କରିଛନ୍ତି। ଯୋଗ୍ୟ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀଙ୍କ ମଧ୍ୟରେ ୨ ଲକ୍ଷ ୧୩ ହଜାର ୧୯୮ଜଣ ନୂଆ ହିତାଧିକାରୀ ଯୋଡି ହୋଇଛନ୍ତି। ସୁଭଦ୍ରା ଗ୍ରୀଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗ ଆଧାରରେ ଯାଞ୍ଚ କରାଯାଇ ଆଉ ୩୬ ହଜାର ୩୮୫ଜଣ ସୁଭଦ୍ରା ଟଙ୍କା ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏପ୍ରିଲ ମାସରେ ଯାହାକୁ ୨୧ ବର୍ଷ ହେବ ସେମାନେ ଆବେଦନ କରିବେ । ଯେଉଁମାନେ ୨୧ ବର୍ଷ ସେମାନଙ୍କ ପାଇଁ ଏହା ଦ୍ବିତୀୟ କିସ୍ତି।






More Stories
ଅନ୍ତର୍ଜାତୀୟ ମହିଳା ଦିବସ:’ପାଇବା ପାଇଁ ଦେବା’……
ରାଷ୍ଟ୍ରପତିଙ୍କୁ ଅସମ୍ମାନ ଘଟଣା:ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ…..
ଆଜି ଆସିବ ସୁଭଦ୍ରା …..