Report Card Odisha

| Daily Odia News

ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୨୫ ତାରିଖରେ ଶପଥ ନେବେ ଦେଶର ନୂଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମମନ୍ତ୍ରଣ ମିଳିଛି | ଏଥି ଲାଗି ମୁଖ୍ୟମନ୍ତ୍ରୀ ଆସନ୍ତା ୨୩ ତାରିଖରେ ଦିଲ୍ଲୀ ଗସ୍ତ କରିବେ । ୪ ଦିନିଆ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି । ଏହାପରେ ୨୬ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ବିଜେପି ଶାସିତ ମୁଖ୍ୟମନ୍ତ୍ରୀ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ ଏସ. ଜଗନମୋହନ ରେଡ୍ଡି ମଧ୍ୟ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି ।

Breaking News