ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏପ୍ରିଲ୍ ୨ ତାରିଖ ବୁଧବାରଠାରୁ ଶିଶୁ ବାଟିକାରେ ପାଠପଢ଼ା ଆରମ୍ଭ ହେବ। ଛୋଟ ଛୋଟ ପିଲା ଖଡ଼ି ଛୁଇଁବେ। ପାରମ୍ପରିକ ରୀତିନୀତିରେ ପିଲାଙ୍କର ବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳନ କରାଯିବ। ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ସ୍କୁଲରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ବର ବଡ଼ଗଡ଼ ହାଇସ୍କୁଲରୁ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ନବରଙ୍ଗପୁରରେ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସାମିଲ ହେବେ। ଓଡିଆ ପକ୍ଷ ପାଇଁ ସରକାରଙ୍କ ପକ୍ଷରୁ ୧୪ ଦିନରେ ୧୪ କାର୍ଯ୍ୟକ୍ରମ ରଖାଯାଇଛି। ଏହି କାର୍ଯ୍ୟକ୍ରମ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ଛୋଟ ପିଲାଙ୍କ ଶୈଶବ ଶିକ୍ଷା ଏହି କାର୍ଯ୍ୟକ୍ରମ ଦ୍ବାରା ସ୍ମରଣୀୟ ହେବ। ପିଲାମାନଙ୍କୁ ସର୍ବୋତ୍ତମ ଏବଂ ଗୁଣାତ୍ମକ ଶିକ୍ଷା ମିଳିବ । ଏଥିପାଇଁ ନୂତନ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ନୂଆ କରି ପାଠ ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ଅପ୍ରେଲ ୨ରେ ‘ଶିଶୁ ବାଟିକା’ ବ୍ୟବସ୍ଥାର ଶୁଭାରମ୍ଭ ହେଉଛି। ଏଥିସହ ‘ପ୍ରବେଶ ଉତ୍ସବ’ ଏବଂ ‘ଖଡ଼ି ଛୁଆଁ’ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଆସନ୍ତୁ ଏହି କାର୍ଯ୍ୟକ୍ରମରେ ସମସ୍ତେ ସାମିଲ ହେବା। ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିବା।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..