ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୋଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ଘଟଣାରେ ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପରୀକ୍ଷା ତ୍ରୁଟିଶୂନ୍ୟ ଏବଂ ଦୁର୍ନୀତି ମୁକ୍ତ କରିବା ପାଇଁ ଆମେ ପୂର୍ବରୁ ବ୍ୟବସ୍ଥା କରିଥିଲୁ । ଫଳସ୍ୱରୂପ ପୋଲିସର ସଚେତନତା ପାଇଁ ପରୀକ୍ଷା ଆଗରୁ ଖୁଲାସା ହେଲା । କ୍ରାଇମବ୍ରାଞ୍ଚ ନିରପେକ୍ଷ ତଦନ୍ତ କରି ସବୁ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେବ। ପୋଲିସ ଏସ୍ଆଇ ପରୀକ୍ଷାରେ ଜାଲିଆତି ଘଟଣା ସାମ୍ନାକୁ ଆସିବା ପରେ ପୂରା ପରୀକ୍ଷାକୁ ବାତିଲ୍ କରାଯାଇଥିଲା। ଏହି ଘଟଣାରେ ଗିରଫ ୧୧୪ ପରୀକ୍ଷାର୍ଥୀ ଓ ୫ ଦଲାଲଙ୍କୁ ଗିରଫ କରାଯାଇଛି । ଏହି କେଲେଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିଛି। ପରୀକ୍ଷାର୍ଥୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆଦାୟ ହୋଇଥିଲା।






More Stories
ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ଓଡ଼ିଶାକୁ ଆଲର୍ଟ…..