Report Card Odisha

| Daily Odia News

ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି । ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ାଠାର ଭିତରକନିକା ରୁ ଭଦ୍ରକ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ |ଏହାର ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ରେଡ ଆର୍ଲଟ ଜାରି ହୋଇଥିବା ବେଳେ । ମୟୂରଭଞ୍ଜ, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା ରହିଛି।

Breaking News