ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ତଥା ଭାଟିକାନ ସିଟିର ପୋପ ଫ୍ରାନସିସଙ୍କ ପରଲୋକ ଘଟିଛି। ତାଙ୍କୁ ୮୮ ବର୍ଷ ହୋଇଥିଲା। ୨୦୧୩ର ପୋପ ବେନେଡିକ୍ସ ଷୋଡ଼ଶ ଏହି ପବିତ୍ର ପଦବୀରୁ ଇସ୍ତଫା ଦେବା ପରେ ଜର୍ଜ ମାରିଓ ବର୍ଗୋଗ୍ଲିଓ(ପୋପ ଫ୍ରାନସିସ) ୨୬୬ ତମ ପୋପ ଭାବେ ମନୋନୀତ ହୋଇଥିଲେ। ରୋମାନ କ୍ୟାଥୋଲିକ ଚର୍ଚ୍ଚର ନେତୃତ୍ଵ ନେବାରେ ସେ ପ୍ରଥମ ଲାଟିନ ଆମେରିକୀୟ ଥିଲେ। ସ୍ଵାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଇଛି। ସେ ବ୍ରୋଙ୍କାଇଟିସରେ ଆକ୍ରାନ୍ତ ଥିଲେ। ସ୍ଵାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ଗତ ଫେବୃୟାରୀ ୧୪ରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ପରବର୍ତ୍ତୀ ସମୟରେ ଫେବୃୟାରୀ ୧୭ରେ ତାଙ୍କଠାରେ ସଂକ୍ରମଣ ମାତ୍ରା ବୃଦ୍ଧି ପାଇବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବ୍ରୋଙ୍କାଇଟିସ ବ୍ୟତୀତ ତାଙ୍କଠାରେ ଅନେକ ସ୍ଵାସ୍ଥ୍ୟଗତ ସମସ୍ୟା ପରିଲକ୍ଷିତ ହୋଇଥିଲା, ଯାହାଫଳରେ ଡାକ୍ତରମାନେ ତାଙ୍କ ଜୀବନ ରକ୍ଷା କରିବାରେ ସଫଳ ହୋଇପାରି ନ ଥିଲେ। ପୋପ ଫ୍ରାନସିସଙ୍କ ମୃତ୍ୟୁ ପରେ ବିଶ୍ଵବ୍ୟାପୀ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ବିଭିନ୍ନ ରାଷ୍ଟ୍ରର ନେତାମାନେ ପୋପଙ୍କ ମୃତ୍ୟୁରେ ଗଭୀର ଶୋକପ୍ରକାଶ କରିଛନ୍ତି।






More Stories
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..
୬ଟି ଆସନରେ ଆଜି ଉପନିର୍ବାଚନ…..