Report Card Odisha

| Daily Odia News

ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟାଯିବ…..

ରିପୋର୍ଟ କାର୍ଡ / ପୁରୀ

ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ, ସେଥିପାଇଁ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯାଇଛି। ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବ। ନବବର୍ଷର ପ୍ରଥମ ଦିନ ଅର୍ଥାତ୍ ଜାନୁଆରୀ ୧ ତାରିଖ ପାଇଁ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟାଯିବ। ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ଦୁଇ ଦିନ ଧରି ଭକ୍ତମାନେ କେବଳ ବାହାର କାଠରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ୱାର ଦେଇ ବାହାରକୁ ପ୍ରସ୍ଥାନ କରିବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ନବବର୍ଷ ଅବସରରେ ପୁରୀରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ୨ ଲକ୍ଷ ଟପିଯାଇପାରେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଏବଂ ସୁରକ୍ଷା ପାଇଁ ପୋଲିସ ଓ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୂର୍ବରୁ ସ୍ଥିର ହୋଇଥିବା ପହିଲି ଭୋଗ ନୀତି ମଧ୍ୟ ସଠିକ୍ ସମୟରେ ଅନୁଷ୍ଠିତ ହେବ।

Breaking News