ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟର ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ମୋଟ୍ ୧୧ ଜିଲାର ୨୪ଟି ସ୍ଥାନର ଇଂରାଜୀ ନାମ ମଧ୍ୟ ସଂଶୋଧନ ହେବ । ୧୫ ଦିନ ଭିତରେ ଅଭିଯୋଗ କିମ୍ୱା ଆପତ୍ତି ଥିଲେ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଜ୍ଞପ୍ତି ଅନୁସାରେ, ଖୋର୍ଦ୍ଧା ଜିଲ୍ଲା କୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ । ମହାକାଳପଡ଼ାକୁ ଆଉ ମହାକାଳପରା ଲେଖାଯିବ ନାହିଁ । ଦେବଗଡ଼ ଜିଲ୍ଲାକୁ ଆଉ ଇଂରାଜୀରେ ଦେଓଗଡ଼ ଲେଖାଯିବ ନାହିଁ । ଦେଓଗଡ଼ ବଦଳରେ ଦେବଗଡ଼ ଲେଖାଯିବ । କେନ୍ଦ୍ରାପଡ଼ାକୁ କେନ୍ଦ୍ରାପରା ଓ ନୟାଗଡ଼କୁ ନୟାଗର ଲେଖାଯାଉଛି । ସେହପରି ଅନୁଗୁଳ ଜିଲ୍ଲା ଏବଂ ପାଲଲହଡ଼ାର ଇଂରାଜୀ ନାମ ପରିବର୍ତ୍ତନ ହୋଇପାରେ । ଏଥିରେ ପରିବର୍ତ୍ତନ ଆଣିବେ ସରକାର ।






More Stories
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..