ରିପୋର୍ଟ କାର୍ଡ / ଭୁବନେଶ୍ୱର
ନବ ଦାସ ହତ୍ୟାକାଣ୍ଡ ମାମଲାରେ ସରକାର ଶୀଘ୍ର ନିଷ୍ପତ୍ତି ନେବେ। ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି। ଏଭଳି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ ଆହୁରି କହିଛନ୍ତି, ପୂର୍ବ ସରକାର ସମୟରେ ଭୟର ବାତାବରଣ ଥିବାରୁ ଅନେକ ଲୋକ ମୁହଁ ଖୋଲୁନଥିଲେ, ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ମୁହଁ ଖୋଲିବାକୁ ସାହାସ କରୁନଥିଲେ, ସେ ଭୟ ଦୂରେଇ ଯାଇଛି। ତେଣୁ ଅନେକ ତଥ୍ୟ ଧୀରେ ଧୀରେ ସାମ୍ନାକୁ ଆସିବା ଆରମ୍ଭ ହୋଇଛି ଆଉ ସେହି ସବୁ ତଥ୍ୟକୁ ହୁଏତ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ କରାଯିବ। ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ଦାବି କରିବା ପରେ ଏହାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି। ଏ ଘଟଣା ନବୀନ ସରକାରଙ୍କ ସମୟରେ ଘଟିବା ସହ ସେତେବେଳେ ତଦନ୍ତ ନେଇ ମୁହଁ ଖୋଲିନଥିବା ଦୀପାଳି ଏବେ ସିବିଆଇ ତଦନ୍ତ ଦାବି କରିଛନ୍ତି। କିନ୍ତୁ ସରକାରଙ୍କୁ ଏନେଇ ଲିଖିତ ଅନୁରୋଧ କରିନାହାନ୍ତି। ସିବିଆଇ ତଦନ୍ତ କରିବାକୁ ଝିଅ ଦୀପାଳି ଦାବି କରିବା ପରେ ଏହାକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଛି। ଏ ଘଟଣା ନବୀନ ସରକାରଙ୍କ ସମୟରେ ଘଟିବା ସହ ସେତେବେଳେ ତଦନ୍ତ ନେଇ ମୁହଁ ଖୋଲିନଥିବା ଦୀପାଳି ଏବେ ସିବିଆଇ ତଦନ୍ତ ଦାବି କରିଛନ୍ତି। କିନ୍ତୁ ସରକାରଙ୍କୁ ଏନେଇ ଲିଖିତ ଅନୁରୋଧ କରିନାହାନ୍ତି। ଏହାକୁ ନେଇ ମୁହଁ ଖୋଲିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଛନ୍ତି ଏହି ମାମଲାରେ ତଦନ୍ତ ପ୍ରକ୍ରିୟା କଣ ହେବ, ସେ ନେଇ ସରକାର ଆଗକୁ ନିଷ୍ପତ୍ତି ନେବେ, ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି।






More Stories
ବଢିବ ବିଧାନସଭା ସିଟ……
୭୧ ପ୍ରକଳ୍ପର ଶିଳାନ୍ୟାସ,ଲୋକାର୍ପଣ କଲେ ମନ୍ତ୍ରୀ…..
ଏଲିଭେଟେଡ଼ କରିଡ଼ର’ର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ……