ଭୁବନେଶ୍ୱର: ଆଜିଠାରୁ ଜେଇଇ ମେନ୍ ପରୀକ୍ଷା ଆରମ୍ଭ ହୋଇଛି। ଆସନ୍ତା ୨୬ ତାରିଖ ପର୍ୟ୍ୟନ୍ତ ସମଗ୍ର ଦେଶରେ ପରୀକ୍ଷା ଅନୁଷ୍ଠିତ ହେବ ।ସାରାଦେଶରୁ ପ୍ରାୟ ୨୨ ଲକ୍ଷ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ ।୪ଟି ସେସନରେ ଏହି ପରୀକ୍ଷା ହେବ । ଅନଲାଇନ ଜରିଆରେ ରାଜ୍ୟର ୪୦ ହଜାର ଛାତ୍ରଛାତ୍ରୀ ପରୀକ୍ଷାରେ ଭାଗନେବେ । କେବଳ ଫେବୃଆରୀ ମାସରେ ୬.୬୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ୨ଟି ସିଟିଂରେ ପରୀକ୍ଷା କରାଇବାକୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଓଡିଶାରୁ ପ୍ରାୟ ୪୦ ହଜାର ଛାତ୍ରଛାତ୍ରୀ ପଞ୍ଜିକରଣ କରିଛନ୍ତି । ରାଜ୍ୟରେ ୧୬ ଟି ସହରର ୮୫ଟି କେନ୍ଦ୍ରରେ ଏହି ପରୀକ୍ଷା ହେବ । ସର୍ବୋତ୍ତମ ରାଙ୍କକୁ ଆଧାର କରି ଛାତ୍ରଛାତ୍ରୀ ନାମ ଲେଖାଇ ପାରିବେ ।





More Stories
ପ୍ରତି ଆମେରିକୀୟଙ୍କୁ ମିଳିବ ୪.୭୬ ଲକ୍ଷ ଟଙ୍କା!…..
ରାହୁଲ ଗାନ୍ଧୀ ଭିିଭିଆଇପି ନୁହନ୍ତି, ଆମ ସାମନାରେ ସବୁ ମାମଲା ସମାନ……
ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି……