ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ |ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୩ ଓ ୨୪ ତାରିଖରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ବିକ୍ଷିପ୍ତ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ। ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନର ଆକଳନ ଅନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଆଗକୁ ଅଗ୍ରସର ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ। ମଙ୍ଗଳବାର ମୟୂରଭଞ୍ଜ, ଯାଜପୁର ଓ କଟକରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି।






More Stories
ଦୁର୍ଘଟଣାନେଲା ୫ ପୋଲିସ ଅଧିକାରୀଙ୍କ ଜୀବନ……
ନବ ଦାସ ହତ୍ୟା ଘଟଣା:ପିଏସ୍ଓଙ୍କ ସାକ୍ଷ୍ୟ ଗ୍ରହଣ…..
ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ:ବିଜେଡି…..