ରିପୋର୍ଟ କାର୍ଡ / ଭୁବନେଶ୍ବର
ପ୍ରତ୍ୟେକ ଜିଲ୍ଲା ପାଇଁ ଜଣେ ଜଣେ ମନ୍ତ୍ରୀଙ୍କୁ ମଣ୍ଡି ଦାୟିତ୍ଵ ଦିଆଯାଇଛି। ମନ୍ତ୍ରୀମାନେ ବିଭିନ୍ନ ମଣ୍ଡି ବୁଲି ସ୍ଥିତି ଅନୁଧ୍ୟାନ କରିବେ। ଧାନ ସଂଗ୍ରହ ସମୟରେ ସମନ୍ବୟ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ ହୋଇଛି ବୋଲି ଆଜି ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଜିଲ୍ଲାପାଳ ପ୍ରତ୍ୟେକ ମଣ୍ଡିରେ ଜଣେ ଜଣେ ଅଫିସରଙ୍କୁ ଦାୟିତ୍ବ ଦେବେ । ଅଫିସରମାନେ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିବେ । ସମବାୟ, ପଞ୍ଚାୟତିରାଜ, ଖାଦ୍ୟ ଯୋଗାଣ ଭଳି ବିଭାଗ ସମନ୍ବୟ ରଖି କାର୍ଯ୍ୟ କରିବେ ।୫ ଜିଲ୍ଲାକୁ ମୋଟ୍ ୨ ଲକ୍ଷ ୯୪ ହଜାର ୫୯୪ଟି ଟୋକେନ ଦିଆଯାଇଛି । ବରଗଡ଼ରେ ୭୩୬୯୬, ବଲାଙ୍ଗୀରରେ ୫୩୦୯୦, କଳାହାଣ୍ଡିରେ ୮୮୬୬୬ ଟୋକେନ୍, ନୂଆପଡ଼ାରେ ୨୯୭୮୬ ଏବଂ ସମ୍ବଲପୁରରେ ୪୯୩୩୩ ଜଣଙ୍କୁ ଟୋକେନ୍ ଦିଆଯାଇଛି । ଶୀଘ୍ର ଅନ୍ୟ ଅଞ୍ଚଳରେ ମଧ୍ୟ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରାଯିବ । ଚଳିତ ଖରିଫ ଋତୁରେ ୧୯ ଲକ୍ଷ ୬୭ ହଜାର ୮୧୨ ଚାଷୀ ପଞ୍ଜିକୃତ ହୋଇଛନ୍ତି । ଆଗକୁ ଶହେଟି ମଡେଲ ମଣ୍ଡି ଖୋଲିବାକୁ ଯୋଜନା କରିଛନ୍ତି ସରକାର ବୋଲି ଗୃହରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ ।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..