ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାର ମୌସୁମୀ ଅଧିବେଶନ ବୁଧବାର ଶେଷ ହୋଇଛି । ମାତ୍ର ୬ଟି କାର୍ଯ୍ୟଦିବସ ପରେ ଏହାକୁ ମୁଲତବୀ ଘୋଷଣା କରାଯାଇଛି । ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। ହେଲେ ଗୃହର ଆଉ କୌଣସି ବିଜ୍ନେସ୍ ନ ଥିବା ଯୋଗୁ ଏହାକୁ ଅନିର୍ଦ୍ଦିିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିବା ଲାଗି ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଏକ ମୋଶନ ଆଣିଥିଲେ। ପାର୍ବଣ ପାଇଁ ଗୃହକୁ ଦିନକ ପୂର୍ବରୁ ବନ୍ଦ କରାଇବା ଲାଗି ପ୍ରସ୍ତାବ ଦିଆଯାଇଥିଲା। ମୋଶନ ପାସ୍ କରାଇବାରେ ଅଧିକ ସଦସ୍ୟଙ୍କ ସମର୍ଥନ ରହିବା ଯୋଗୁ ଗୃହ କାର୍ଯ୍ୟକୁ ମୁଲତବୀ ଘୋଷଣା କରାଯାଇଛି। ଏହି ଅଧିବେଶନରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଥିଲା। ୫ ଦିନ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ସ୍ବାଭାବିକ ସ୍ଥିତିକୁ ଫେରିପାରି ନ ଥିଲା। ପ୍ରଥମ ୩ ଦିନ ଯାଏ ଗୃହ ଚଲାଇବା ସମ୍ଭବପର ହୋଇପାରି ନ ଥିଲା। ୪ର୍ଥ ଦିନର ପୂର୍ବାହ୍ନରେ ଗୃହ ସ୍ବାଭାବିକ ହୋଇପାରି ନ ଥିବା ବେଳେ ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ପରେ ଦୁଇଟି ବିଲ୍ ଏବଂ ଗୋଟିଏ ସଂକଳ୍ପ ଆଗତ କରାଯାଇଥିଲା।
More Stories
କଟକରେ ଭାଙ୍ଗିଲା ତୋରଣ…..
ଗଭୀର ଅବପାତରେ ପରିଣତ ଲଘୁଚାପ,ପ୍ରବଳ ବର୍ଷିବ…..
ହାତୀଙ୍କ ପାଇଁ ଘର ତିଆରିବେ ସରକାର……