ରିପୋର୍ଟକାର୍ଡ / ନୂଆଦିଲ୍ଲୀ
ପାକିସ୍ତାନ ଭାରତର ଏସ-୪୦୦ ପ୍ରତିରକ୍ଷା ବ୍ୟବସ୍ଥାକୁ ଧ୍ବଂସ କରିଥିବା ନେଇ ସାମାଜିକ ଗଣମାଧ୍ୟମରେ ଖବର ପ୍ରଚାରିତ ହୋଇଥିଲା। ଏହା ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଭାରତୀୟ ବାୟୁସେନା ପକ୍ଷରୁ କୁହାଯାଇଛି। ପାକିସ୍ତାନ ମିଥ୍ୟା ଖବର ପ୍ରଚାରିତ କରି ଅନ୍ତର୍ଜାତୀୟ ସ୍ତରରେ ଲୋକଙ୍କୁ ଭ୍ରମିତ କରିବାକୁ ଉଦ୍ୟମ ଚଳାଇଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏବଂ ବାୟୁସେନା ପକ୍ଷରୁ ଶନିବାର ପୂର୍ବାହ୍ନରେ ମିଳିତ ସାମ୍ବାଦିକ ସମ୍ମିଳନୀ କରାଯାଇ ପାକିସ୍ତାନର ଅପପ୍ରଚାର ସମ୍ପର୍କରେ ସୂଚନା ଦିଆଯାଇଥିଲା। କଲୋନେଲ ସୋଫିଆ କ୍ୟୁରେସୀ ଏବଂ ଓ୍ବିଙ୍ଗ କମାଣ୍ଡର ବ୍ୟୋମିକା ସିଂହ ସାମ୍ବାଦିକ ସମ୍ମିଳନୀରେ ଭାରତର ପ୍ରତିରକ୍ଷା ବ୍ୟବସ୍ଥା ଏସ-୪୦୦କୁ ପାକ୍ ଧ୍ବଂସ କରିଥିବା ଖବର ମିଥ୍ୟା ବୋଲି କହିଛନ୍ତି।






More Stories
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର…..
ଆଜି ପବିତ୍ର ଦୋଳପୂର୍ଣ୍ଣିମା…..
ଗ୍ରୀଷ୍ମ ପ୍ରବାହ ପାଇଁ ଏସଓପି ଜାରି……