ରିପୋର୍ଟ କାର୍ଡ / ଭୁବନେଶ୍ଵର
ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ସପ୍ତମ ପାଳି | ଚଳିତ ବର୍ଷର ଶେଷ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଧିକ କ୍ରିୟାଶୀଳ ହୋଇଛି । ମୁଖ୍ୟମନ୍ତ୍ରୀ, ଅଭିଯୋଗ ପ୍ରକୋଷ୍ଠରେ ଅଥବା ଯେଉଁଠାକୁ ଯାଆନ୍ତି ସେଠାରେ ସାଧାରଣଲୋକଙ୍କୁ ଭେଟିବା, ସେମାନଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ସପ୍ତମ ପାଳିର ଆରମ୍ଭରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା ପରେ ବାହାରେ ଚେୟାରରେ ବସିଥିବା ପ୍ରାୟ ୪୦ ଜଣ ଭିନ୍ନକ୍ଷମ ମାନଙ୍କୁ ପ୍ରଥମେ ଭେଟିଥିଲେ । ସେମାନଙ୍କ ସମସ୍ୟା ଓ ଅଭିଯୋଗକୁ ଗୋଟି ଗୋଟିକରି ଶୁଣିବା ପରେ ପାଖରେ ଥିବା ମନ୍ତ୍ରୀ ଓ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କୁ ଅଭିଯୋଗ ପତ୍ର ଧରାଇ ସମାଧାନ କିପରି ହେବ ସେଥିପ୍ରତି ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଭିନ୍ନକ୍ଷମ ମାନଙ୍କ ମଧ୍ୟରେ ବୌଦ୍ଧର ହେରମ୍ବ ଗିରି ଆସିଥିଲେ ଅଜଣା ଜଟିଳ ରୋଗରେ ପୀଡିତ ତାଙ୍କ ୭ ବର୍ଷର ନାବାଳକ ପୁଅ ପ୍ରତ୍ୟୁଷ ଗିରିଙ୍କୁ ନେଇ । ପିଲାଟିର ଦୁଇଟି ଯାକ ଆଖି ନଷ୍ଟ ହୋଇଯାଇଛି । ବାପା ମା ଦୁହେଁ ଚିକିତ୍ସା ବାବଦରେ ଦୌଡି ଦୌଡି ସମସ୍ତ ଟଙ୍କା ଖର୍ଚ୍ଚ କରିସାରିବା ପରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ । ମୁଖ୍ୟମନ୍ତ୍ରୀ ପିଲାଟିର ସ୍ୱାସ୍ଥ୍ୟ ଅବସ୍ଥା ଦେଖିବା ପରେ ତୁରନ୍ତ ପାଖରେ ଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ଆମ୍ବୁଲାନ୍ସ ଡାକି ଡାକ୍ତରଖାନା ପଠାଇବାପାଇଁ କହିଥିଲେ । କ୍ୟାପିଟାଲ ହସ୍ପିଟାଲରୁ ପିଲାଟି କଟକ ବଡ ଡାକ୍ତରଖାନାକୁ ଯିବା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପିଲାଟିର ଚିକିତ୍ସା କିପରି ହେବ ସେ ସମ୍ପର୍କରେ ତନ୍ନ ତନ୍ନ କରି ବୁଝୁଥିଲେ । କଟକ ବଡ ଡାକ୍ତରଖାନାରେ ପିଲାଟି ଚିକିତ୍ସାପାଇଁ ଭର୍ତ୍ତିହେଲା । ପିଲାଟିର ଚିକିତ୍ସା ବାବଦକୁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆହୁରି ମଧ୍ୟ କହିଛନ୍ତି ଯେ, ଜଟିଳ ରୋଗରେ ପୀଡିତ ସବୁ ମାମଲା ଗୁଡିକୁ ଆମେ ସମାନ ଗୁରୁତ୍ୱ ଦେଉଛୁ । ସରକାରଙ୍କ ପାଖକୁ ଯେଉଁ ଆଶା ଭରସା ନେଇ ଲୋକମାନେ ଆସୁଛନ୍ତି ଆମେ ସେମାନଙ୍କୁ କେବେ ନିରାଶ କରିବୁ ନାହିଁ ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……