ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଉପସ୍ଥିତ ରହିଥିଲେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର । ରାଷ୍ଟ୍ରପତି ଯେଉଁ ରାଫେଲରେ ଉଡାଣ ଭରିଛନ୍ତି ତାହା ଅପରେସନ ସିନ୍ଦୂର ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା । ୧୭ତମ ରାଫେଲ ସ୍କ୍ୱାଡ୍ରନ୍ ପାକିସ୍ତାନୀ ଆତଙ୍କବାଦୀ ଶିବରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା । ପୂର୍ବରୁ ୨୦୨୩ରେ ସୁଖୋଇ ଫାଇଟର ଜେଟରେ ଉଡାଣ ଭରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ |






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..