ରିପୋର୍ଟ କାର୍ଡ / ବାଲେଶ୍ଵର
ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ସ୍ଥିତି ଅନୁଧ୍ୟାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଂଚିଛନ୍ତି । ବାୟୁସେନା ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଘଟଣାସ୍ଥଳରେ ପହଂଚିଥିଲେ । ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ନଆସି ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲ୍ଲା କଲାଇକୁଣ୍ଡା ଏୟାର ଫୋର୍ସ ଷ୍ଟେସନ୍ରେ ପହଞ୍ଚିଥିଲେ। ସେଠାରୁ ସେ ଏକ ବାୟୁସେନାର ହେଲିକପ୍ଟର ଯୋଗେ ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଡାକ୍ତରଖାନାରେ ଆହତଙ୍କୁ ଭେଟିବେ। ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପୂର୍ବରୁ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..