Report Card Odisha

| Daily Odia News

ଗାଈକୁ ମାରି ଖାଇଲା ବାଘ…..

ରିପୋର୍ଟ କାର୍ଡ / ସମ୍ବଲପୁର

ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ରେଞ୍ଜ ବନ୍ତଲୋଇ ଗାଁରେ କଲରାପତରିଆ ବାଘ ଆତଙ୍କ ଦେଖା ଦେଇଛି। ଗାଁ ନିକଟ ଜଙ୍ଗଲରେ ଏକ କଲରାପତରିଆ ବାଘ ଗାଈକୁ ମାରି ଖାଇଥିବା ସୂଚନା ମିଳିଛି। ଏନେଇ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଖବର ପାଇ ବନ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ବାଘର ଗତିବିଧି ଉପରେ ନଜର ରଖିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏପରିକି ଗାଈ ମାଲିକଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।।

Breaking News