Report Card Odisha

| Daily Odia News

ରେଳ ଲାଇନ ଉଡାଇ ଦେଲେ ନକ୍ସଲ…..

ରିପୋର୍ଟ କାର୍ଡ / ରାଉରକେଲା

ବିସ୍ଫୋରଣ କରି ଉଡାଇଦେଲେ ରେଳ ଟ୍ରାକ । ଦକ୍ଷିଣପୂର୍ବ ରେଳପଥର ଚକ୍ରଧରପୁର ନିକଟ ଲୋଟା ପାହାଡ଼ ଏବଂ ସୋନୁଆ ମଧ୍ୟରେ ନକ୍ସଲମାନେ ରେଳଧାରଣାରେ ମାଇନ୍ସ ଲଗାଇ ଉଡ଼ାଇ ଦେଇଛନ୍ତି । ଫଳରେ ହାୱଡା – ମୁମ୍ବାଇ ମାର୍ଗରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଳବାଇ ପକ୍ଷରୁ ଟ୍ରାକ୍ ମରାମତି କାମ ଯୁଦ୍ଧକାଳୀନ ଭିତ୍ତରେ ଚାଲିଛି। ଗତକାଲି ବିଳମ୍ବିତ ରାତିରେ ହୋଇଥିବା ବିସ୍ପୋରଣରେ ରେଳ ଧାରଣା କ୍ଷତିଗ୍ରସ୍ତ ହୋଇଥିବାରୁ ବହୁ ଟ୍ରେନ ହୱଡା-ମୁମ୍ବାଇ ମାର୍ଗରେ ବିଳମ୍ବରେ ଚାଲିଛି। ରାଉରକେଲା ଷ୍ଟେସନରେ ମଧ୍ୟ କିଛି ଟ୍ରେନ ଅଟକି ରହିଛି। ଟ୍ରେନ ଚଳାଚଳ ସ୍ବାଭାବିକ କରିବାକୁ ରେଳ ବିଭାଗ ପକ୍ଷରୁ ଉଦ୍ୟମ କରାଯାଉଛି।

Breaking News