ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗକୁ ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ୍ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଭଳିସ୍ଥିତିରେ ରବିବାର ରାତିରେ ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ ଅଚାନକ ପବନ ସାଙ୍ଗକୁ ମାଡି ଆସିଥିଲା କଳାହାଣ୍ଡିଆ ମେଘ। ତାପରେ ଛେଚିଲା ବର୍ଷା। ହେଲେ ବର୍ଷା ପୂର୍ବରୁ ହୋଇଥିବା ପ୍ରବଳ ଝଡ ତୋଫାନରେ ଉପୁଡି ପଡିଥିଲା ବଡ ବଡ ଗଛ। ଝଡ଼ ତୋଫାନ ଯୋଗୁ ଅଞ୍ଚଳରେ ବିଦ୍ୟୁତ ସରବରାହ ପ୍ରାୟ ୧ ଘଣ୍ଟା ଧରି ବନ୍ଦ ରହିଥିଲା। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି କଟର ସାହାଯ୍ୟରେ ଉପୁଡି ପଡିଥିବା ଗଛ ଡାଳ କାଟି ରାସ୍ତା ସଫା କରିଥିଲେ। ପରବର୍ତ୍ତୀ ସମୟରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ଅନ୍ୟପକ୍ଷେ ଅଧିକ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିପାରି ନାହିଁ।
More Stories
ଶ୍ରୀମନ୍ଦିର ବାନାରେ ଶୂନ୍ୟଗଣ୍ଠି…..
ଗୃହ କମିଟି କଠନ ଦାବି କଲା କଂଗ୍ରେସ…..
ବିଶିଷ୍ଟ କବି ରମାକାନ୍ତ ରଥଙ୍କର ଶେଷକୃତ୍ୟ ସମ୍ପନ୍ନ…..