ରିପୋର୍ଟ କାର୍ଡ / ଭୁବନେଶ୍ବର
ଆତ୍ମସମ୍ମାନ ଓ ସ୍ବାଭିମାନ ସହ ସାଲିସ୍ କରିନାହିଁ କି କରିବି ନାହିଁ ମଧ୍ୟ। ଦୀର୍ଘ ଏକବର୍ଷ ଧରି ଯେଉଁ ଦଳରେ ନାହିଁ ଓ ନିଜର ସଦସ୍ୟତା ନବୀକରଣ କରିନାହିଁ, ସେ ଦଳ ମୋତେ ନିଲମ୍ବନ କରିବା ଜଗତେ କେବଳ ଜନେ ହସିବେ। ବିଜୁ ଜନତା ଦଳ ରୁ ନିଲମ୍ବିତ ଶ୍ରୀମୟୀ ମିଶ୍ର ମଙ୍ଗଳବାର ସନ୍ଧ୍ୟାରେ ଏହା କହିଛନ୍ତି। ସାମାଜିକ ଗଣମାଧ୍ୟମରେ ନିଜର ପ୍ରତିକ୍ରିୟା ସେୟାର କରି ଶ୍ରୀମତୀ ମିଶ୍ର କହିଛନ୍ତି, ଜଣେ ଅଣ ଓଡ଼ିଆଙ୍କ ପ୍ରରୋଚନାରେ ଓଡିଶାକୁ ଦୀର୍ଘ ବର୍ଷ ଧରି ଶାସନ କରୁଥିବା ନେତା, ଜଣେ ଓଡ଼ିଆ ଝିଅର ସମ୍ମାନ ସହ ଖେଳିବା କେତେଦୂର ଠିକ୍ ବିଚାର ଆପଣମାନଙ୍କର। ମାଆକୁ ସମ୍ମାନର ଆହ୍ବାନ ଦେଉଥିବା ଜଣେ ଜନନାୟକଙ୍କର ଦାୟାଦ ଯେ ନିଜେ ନିଷ୍ପତ୍ତି ନେବାରେ ସକ୍ଷମ ନୁହଁ, ଆଜି ପ୍ରମାଣିତ କରିଦେଲେ। ମୁଁ ଓଡ଼ିଆ ଝିଅ ବୋଲି ପ୍ରମାଣିତ କରିବା ପାଇଁ ଆତ୍ମଗାରିମାକୁ ଜଳାଞ୍ଜଳି ଦେବା ଆଦୌ ଉଚିତ୍ ମନେ କରୁନାହିଁ।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..