ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏକ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେଉଛି। ଫଳରେ ରାଜ୍ୟବାସୀଙ୍କୁ ବାତ୍ୟା ଭୟ ଦେଖା ଦେଇଛି । ହେଲେ ଏବେ ବାତ୍ୟା ଆସୁଥିବା ଖବରକୁ ଖଣ୍ଡନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଜାରି କରାଯାଇ ନ ଥିବା ସ୍ପଷ୍ଟ କରିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ । ଏନେଇ ସେ କହିଛନ୍ତି, ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇନି। କେବଳ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ଗତ ଗୁରୁବାରଠାରୁ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବୋଲି ସୂଚନା ଦିଆଯାଇଥିବା ବେଳେ କେବେ ଓ କେଉଁଠି ସୃଷ୍ଟି ହେବ ସେ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇନି। ଏହାବାଦ ଘୂର୍ଣ୍ଣିବଳୟର ପରବର୍ତ୍ତୀ ସ୍ଥିତି ସମ୍ପର୍କରେ ବି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇ ନାହିଁ। ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ସୂଚନା ଦିଆଯାଇଛି। ତାହାର ପ୍ରଭାବ ଓ ରୂପରେଖ କିପରି ରହିବ ୧୪ ପରେ ହିଁ ତାହାକୁ ଆକଳନ କରାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।






More Stories
ଜିରୋ କାଜୁଆଲିଟି ପାଇଁ ବିଶ୍ୱ ପ୍ରସିଦ୍ଧ ଓଡିଶା…..
ରାଜ୍ୟ ସରକାରଙ୍କର ୨ ବର୍ଷ ପୂର୍ତ୍ତି:ଗୌରବମୟ ଦିବସ…..
ଓଡ଼ିଶାକୁ ଜାରି ହେଲା ଆଲର୍ଟ…..