Report Card Odisha

| Daily Odia News

ମଦ ଦୋକାନ ପାଇଁ ହେବ ଲଟେରୀ….

ରିପୋର୍ଟ କାର୍ଡ଼ / ଭୁବନେଶ୍ୱର

ଜିଲ୍ଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ ପଡ଼ିଲେ ଇଲେକ୍ଟ୍ରୋନିକ ଲଟେରୀ କରାଯିବ, କିନ୍ତୁ ସ୍ବଚ୍ଛ ପ୍ରକ୍ରିୟା ହେବ। ଗତଥର ଲଟେରୀ ପାଇଥିବା ଦୋକାନ ଗୁଡ଼ିକର ସମୟସୀମା ୩୧ରେ ସରୁଛି।୩ ଷ୍ଟାରରୁ ଅଧିକ ହୋଟେଲରେ ବାର୍‌ର ପ୍ରାବଧନ ଥିବାରୁ ଅନ ସପ ଅନୁମତି। ଗୁରୁବାର ରାଜ୍ୟ ସରକାର ନୂଆ ଅବକାରୀ ନୀତି ୨୦୨୬-୨୯ ଆଣିଛନ୍ତି। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି। ଏହି ନୀତି ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ପ୍ରବର୍ତ୍ତନ। ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ବୀକାର କରାଯାଇଛି। ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବୃଦ୍ଧି ହେବ। ଲାଇସେନ୍ସ ଶୁଳ୍କ ପ୍ରତିବର୍ଷ ୧୦ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧି ପାଇବ। IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି। ରାଜ୍ୟରେ ନୂତନ OFF,CL ଦୋକାନ ଖୋଲିବାକୁ ଅନୁମତି ମିଳିବନି। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ମଧ୍ୟ ଅନୁମତି ମିଳିବନି । ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବନି ବୋଲି ସରକାର କହିଛନ୍ତି। ସମସ୍ତ ଉତ୍ପାଦନ ୟୁନିଟ ଓ ଖୁଚୁରା ଦୋକାନ CCTV ନିରୀକ୍ଷଣରେ ରହିବ।

Breaking News