ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଶନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିକି ମୁଣ୍ଡ ପିଛା ଚାଉଳ ପରିମାଣ ବଢ଼ିପାରେ। ତେବେ ୫ କିଲୋ ଜାଗାରେ ଆଉ ଅଧିକ ୫କିଲୋ ଚାଉଳ ଦେବାକୁ ରାଜ୍ୟ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।ରାଶନକାର୍ଡରେ ଥିବା ପ୍ରାୟ ୩ କୋଟି ୨୫ ଲକ୍ଷ ହିତାଧିକାରୀ ଅଧିକ ଚାଉଳ ପାଇବେ। ଏନେଇ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ଅନେକ ଗରିବ ହିତାଧିକାରୀଙ୍କୁ ୫ କିଲୋ ଚାଉଳ ପର୍ଯ୍ୟାପ୍ତ ହେଉ ନ ଥିବାରୁ ଏନେଇ ସରକାର ଚିନ୍ତା କରୁଥିବା କହିଛନ୍ତି ଯୋଗାଣ ମନ୍ତ୍ରୀ। ଏବେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଫାଇଲ୍ ପଠାଯିବ । ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ ପାତ୍ର କହିଛନ୍ତି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….