ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଙ୍କ ଓଡ଼ିଶା ଗସ୍ତ ପରେ ବିଜେଡି-ବିଜେପି ମେଣ୍ଟକୁ ନେଇ ଚର୍ଚ୍ଚା ଲାଗିରହିଛି | ଏହା କୁ ନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଖଣ୍ଡନ କରିଛନ୍ତି। କହିଛନ୍ତି, ମୋତେ ଲାଗୁଛି ଓଡ଼ିଶାରେ ମେଣ୍ଟ ହେଲା ଭଳି କୌଣସି କଥା ନାହିଁ। ଏବେ ନାହିଁ କି ଆଗକୁ ବି ମେଣ୍ଟ ହେବନି ବୋଲି ଲାଗୁଛି। ଓଡ଼ିଶାରେ ବିଜେପିର ସ୍ଥିତି ସୁଦୃଢ଼ ଅଛି। ଏହି କାରଣରୁ ଆଗାମୀ ସାଧାରଣ ନିର୍ବାଚନରେ ଦଳ ଭଲ ପ୍ରଦର୍ଶନ କରିବ। ଆସନ୍ତା ସାଧାରଣ ନିର୍ବାଚନରେ ବିଜେପି ଓଡ଼ିଶାରେ ଏକାକୀ ଲଢ଼ିବ। ଏଠାରେ ବିଜେଡି କି ଅନ୍ୟ କୌଣସି ଦଳ ସହ ମେଣ୍ଟ କରିବ ନାହିଁ ବୋଲି କେନ୍ଦ୍ର ପରିବେଶ, ଜଙ୍ଗଲ ଓ ପାଣିପାଗ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଗତକାଲି କହିଥିଲେ। ଭୁବନେଶ୍ବରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା ବେଳେ ବିଜେପି ନେତା ତଥା କେନ୍ଦ୍ର ମନ୍ତ୍ରୀ ଶ୍ରୀ ଯାଦବ ଗଣମାଧ୍ୟମର ବିଭିନ୍ନ ପ୍ରଶ୍ନର ଉତ୍ତରରେ ଏଭଳି ପ୍ରତିକ୍ରିୟା ଦେଇଥିଲେ। ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ରର ଏନ୍ଡିଏ ସରକାର ବିରୋଧରେ ସଂସଦରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ବିଜେଡି ବିରୋଧ କରିବା ଏବଂ ଦିଲ୍ଲୀ ଜନସେବା ଆଇନକୁ ବିଜେଡି ସମର୍ଥନ କରିବା ପ୍ରସଙ୍ଗ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି। ଏପରିକି ବିଜେଡି-ବିଜେପି ସମ୍ପର୍କକୁ ନେଇ ଜାତୀୟ ଗଣମାଧ୍ୟମରେ ଜୋରଦାର୍ ଚର୍ଚ୍ଚା ଚାଲିଛି।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..