ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି । ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବ ବୋଲି ନିଷ୍ପତ୍ତି ହୋଇଥିବା କହିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ପ୍ରଦାନ କରାଯିବ । ପୂର୍ବ ନିୟମ ଅନୁସାରେ ୬ ବର୍ଷ ପରେ ନିୟମିତ ହେବେ ଠିକା କର୍ମଚାରୀ । ତେବେ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ୫୦ ପ୍ରତିଶତ ଅଧିକ ଦେବାକୁ ହେଲେ ବାର୍ଷିକ ୨୫୦ କୋଟି ଖର୍ଚ୍ଚ ହେବ । ନିୟମିତ କର୍ମଚାରୀଙ୍କ ଭଳି ମେଡିକାଲ ଖର୍ଚ୍ଚ ପାଇବେ ଠିକା କର୍ମଚାରୀ । ଏନେଇ ଆଜି ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..