ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏବେ ତୃତୀୟ ଲିଙ୍ଗ ବା କିନରମାନେ ଦେଇପାରିବେ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା । ଏ ସଂକ୍ରାନ୍ତରେ ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ବର୍ଗର ପ୍ରାର୍ଥୀଙ୍କୁ ଓସିଏସଇ-୨୦୨୫ ପରୀକ୍ଷାରେ ସୁଯୋଗ ଦେବା ଲାଗି ପଞ୍ଜୀକରଣ ଓ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି । ଆସନ୍ତା ୨୦ ତାରିଖ ପଞ୍ଜୀକରଣ ଅବଧି ଶେଷ ହେଉଥିବା ବେଳେ ଏହାକୁ ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ସେହିଭଳି ମାର୍ଚ୍ଚ ତାରିଖ ଆବେଦନ କରିବାର ଶେଷ ସମୟ ରଖାଯାଇଛି । ସମ୍ପୃକ୍ତ ବର୍ଗର ପ୍ରାର୍ଥୀଙ୍କୁ ସେମାନଙ୍କ ପରିଚୟପତ୍ର ତଥା କାର୍ଡ ଆବେଦନ ସମୟରେ ଅପଲୋଡ୍ କରିବାକୁ କୁହାଯାଇଛି । ଓପିଏସସି ପକ୍ଷରୁ ଗ୍ରୁପ ‘ଏ’ ଏବଂ ଗ୍ରୁପ୍ ‘ବି’ ର ୪୬୫ ଟି ପଦ ପୂରଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି ।






More Stories
ଆଶୁତୋଷ ପରିଡ଼ାଙ୍କୁ ଶାରଳା ପୁରସ୍କାର…..
ଓଡ଼ିଶାକୁ ୭,୨୨୧ କୋଟି ମଞ୍ଜୁରୀ…..
ବୈଷୟିକ ଶିକ୍ଷାରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି…..