Report Card Odisha

| Daily Odia News

ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡାକଡି….

ରିପୋର୍ଟ କାର୍ଡ / ଭୁବନେଶ୍ବର

ଦେଶରେ ଆଜି ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ହେଉଥିବା ବେଳେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍ ଅନୁଷ୍ଠିତ ହେଉଛି । ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।୬ ସଂସଦୀୟ କ୍ଷେତ୍ରରେ ମୋଟ ୯୪ ଲକ୍ଷ ୪୮ ହଜାର ୫୫୩ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୮ ଲକ୍ଷ ୨୯ ହଜାର ୬୬୦ ପୁରୁଷ, ୪୬ ଲକ୍ଷ ୧୭ ହଜାର ୬୦୨ ମହିଳା ଏବଂ ୧ ହଜାର ୨୯୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି। ଏହି ପର୍ଯ୍ୟାୟରେ ୨ ଲକ୍ଷ ୩୭ ହଜାର ୧୩୧ ଜଣ ପ୍ରଥମ ଭୋଟର ଥିବା ବେଳେ ୧୮ ଲକ୍ଷ ୪୫ ହଜାର ୫୦୩ ଜଣ ଯୁବ ମତଦାତା ଅଛନ୍ତି। ତୃତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ମୋଟ ୧୦ହଜାର ୫୫୧ ବୁଥ୍ କରାଯାଇଛି। ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ରହିଛି। ୧୫ ଶହ ବୁଥ୍ ସଂପୂର୍ଣ୍ଣ ଭାବେ ମହିଳା କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେଉଥିବା ବେଳେ ୩୦ଟି ବୁଥ୍ ସଂପୂର୍ଣ୍ଣ ଭାବେ ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେଉଛି।ଏହି ପର୍ଯ୍ୟାୟରେ ୨ ହଜାର ମଡେଲ୍ ବୁଥ୍ କରାଯାଇଛି। ନିର୍ବାଚନ ପରିଚାଳନା ଲାଗି ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି।

Breaking News