ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହରିୟାନାରେ ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରିଛି । ହରିୟାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ନାୟବ ସିଂହ ସୋନୀ ଶପଥ ଗ୍ରହଣ କରିବେ । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ବିଜେପିର ସମସ୍ତ ବଡ ପଦାଧିକାରୀ ଉପସ୍ଥିତ ରହିବେ | ଅକ୍ଟୋବର ୧୭ ତାରିଖ ସକାଳ ୧୦ଟା ସମୟରେ ଶପଥ ଗ୍ରହଣ ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ହରିୟାନାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏବେ କେନ୍ଦ୍ରମନ୍ତ୍ରୀ ଥିବା ମନୋହରଲାଲ୍ ଖଟ୍ଟର ୧୭ ତାରିଖରେ ପଞ୍ଚକୁଲାରେ ହରିୟାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ ପରିଷଦ ସପଥ ଗ୍ରହଣ କରିବେ ବୋଲି ସୂଚନା ଦେଇଛନ୍ତି । ମାର୍ଚ୍ଚ ମାସରେ ନାୟବ ସିଂ ସୋନୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ । ସେ ମନୋହରଲାଲ୍ ଖଟ୍ଟରଙ୍କ ପରେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ହରିୟାନାରେ ତୃତୀୟଥର ପାଇଁ ବିଜେପି ଶାସନ ଭାର ଗ୍ରହଣ କରିବ । ୯୦ଟି ଆସନରୁ ବିଜେପି ୪୮ଟିରେ ବିଜୟ ଲାଭ କରି ସଂଖ୍ୟାଗରିଷ୍ଠତା ହାସଲ କରିଛି ।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..