ରିପୋର୍ଟ କାର୍ଡ / ଭୁବନେଶ୍ୱର
ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି। ଏହାପୂର୍ବରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି। ଚଳିତ ବର୍ଷ ଦୀପାବଳିରେ ବାଣ ଫୁଟାଇବା ଲାଗି ସମୟ ନିର୍ଦ୍ଧାରିତ ହୋଇଛି। କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏହି ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଖାଲି ୨ ଘଣ୍ଟାର ସମୟ ନୁହେଁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ମଧ୍ୟ ବାରଣ କରାଯାଇଛି। ବାଣର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ। ବଗିଚା, ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ଖୋଲା ଜାଗାରେ ବାଣ ଫୁଟାଇପାରିବେ। କିନ୍ତୁ ତାହା କେବଳ ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବର୍ଷରୁ କମ୍ ବୟସର ଶିଶୁମାନେ ଶବ୍ଦ-ସୃଷ୍ଟି କରୁଥିବା ବାଣ ଫୁଟାଇପାରିବେ ନାହିଁ। ବାଣ ଫୁଟାଇବା ସମୟରେ ସୁରକ୍ଷା ପ୍ରତି ଧ୍ୟାନ ଦେଇ ସୂତା ପୋଷାକ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ଏଥିରେ ଖିଲାପ କରିବେ, ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..