ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ନେଇଛନ୍ତି ବଡ଼ କାର୍ଯ୍ୟାନୁଷ୍ଠାନ। ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ବରଗଡ଼ ଜଳସେଚନ ଡିଭିଜନର ସୁପରିଣ୍ଟେଣ୍ଡଣ୍ଟ ଇଞ୍ଜିନିୟର ମଦନ ମୋହନ ସେଠୀ, ଭେଡେନ ଜଳସେଚନ ସବ ଡିଭିଜନ ଆସିଷ୍ଟାଣ୍ଟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାଜ କୁମାର ମିଶ୍ର, ବରଗଡ଼ କେନାଲ ସେକ୍ସନର ଆସିଷ୍ଟାଣ୍ଟ ଇଞ୍ଜିନିୟର ରଞ୍ଜନ ପଟେଲ ନିଲମ୍ବିତ ହୋଇଛନ୍ତି ।ଆର୍ଥିକ ଅନିୟମିତତା ଅଭିଯୋଗରେ ସମସ୍ତଙ୍କୁ ନିଲମ୍ବିତ କରିଛି ଜଳସମ୍ପଦ ବିଭାଗ । ପ୍ରକଳ୍ପ କାର୍ଯ୍ୟରେ ଅନିୟମିତତା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଓ.ସି.ଏସ୍ ନିୟମ, ୧୯୬୨ର ଧାରା ୧୨(୧) ଅନୁଯାୟୀ ରାଜ୍ୟପାଳଙ୍କ ଆଦେଶକ୍ରମେ ଏହି ନିଲମ୍ବନ ଆଦେଶ ଜାରି ହୋଇଛି । ନିଲମ୍ବନ ସମୟରେ ମଦନ ମୋହନ ସେଠୀ ଜଳ ସମ୍ପଦ ବିଭାଗ ସର୍ବୋଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ରାଜ କୁମାର ମିଶ୍ର ଓ ରଞ୍ଜନ ପଟେଲ ମହାନଦୀ ବେସିନ ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିନା ଅନୁମତିରେ ସେମାନଙ୍କୁ ମୁଖ୍ୟାଳୟ ନଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି ।






More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..
ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ଅନୁମୋଦନ……