ରିପୋର୍ଟ କାର୍ଡ / କେନ୍ଦୁଝର
ସାପ କାମୁଡ଼ି ଦେବାରୁ ୩ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ବାରିଆ ଥାନା ନିଶ୍ଚିତପୁରଜାଲିରେ ଏକ କୋଚିଂ ସେଣ୍ଟରରେ ଏହି ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ଛାତ୍ରୀ ଥିବା ବେଳେ ଜଣେ ଛାତ୍ର ଅଛନ୍ତି। ଆଉ ଜଣେ ଗୁରୁତର ଛାତ୍ରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତ ଛାତ୍ରଛାତ୍ରୀମାନେ ହେଉଛନ୍ତି- ରାଜା ନାଏକ , ସ୍ନେହାଶ୍ରୀ ନାଏକ ଓ ଏଲିନା ନାଏକ। ସେହିପରି ଗୁରୁତର ଥିବା ଛାତ୍ରଙ୍କ ନାଁ ଆକାଶ ନାଏକ । ରାତିରେ କୋଚିଂ ସେଣ୍ଟରରେ ଶୋଇଥିବା ବେଳେ ସାପ କାମୁଡ଼ି ଦେଇଥିବା ଜଣାପଡ଼ିଛି। କେଉଁ ସାପ କାମୁଡ଼ିଛି ତାହା ଜଣାପଡ଼ିନି। ତେବେ ଚିତି ସାପ କାମୁଡ଼ିଥିବା କୁହାଯାଉଛି। ରାତି ପ୍ରାୟ ୩ଟା ବେଳେ ଏହି ଘଟଣା ଘଟିଥିବା ବେଳେ ସକାଳ ସାଢ଼େ ୭ଟାରେ ପରିବାର ଲୋକଙ୍କୁ ଖବର ଦିଆଯାଇଥିବା ଅଭିଯୋଗ ହୋଇଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..