ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁରୀ ଶ୍ରୀକ୍ଷେତ୍ରରେ ଆଡ଼ପମଣ୍ଡପ ବିଜେ ଗୋଟି ପହଣ୍ଡିବେଳେ ବଡ଼ଠାକୁର ଶ୍ରୀବଳଭଦ୍ର ଚାରମାଳରେ ଖସି ପଡ଼ିବା ଘଟଣାକୁ ରାଜ୍ୟ ସରକାର ଗୁରୁତ୍ୱର ସହ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପୁରୀ ଯିବାକୁ ନିର୍ଦ୍ଦେଶ ଦେଇଥିଲେ | ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହତ ସେବାୟତମାନଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଅନୁଯାୟୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଆହତ ସେବାୟତମାନଙ୍କୁ ଭେଟିଛନ୍ତି। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଭେଟିଛନ୍ତି। ଆହତମାନଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ଏବଂ ଆହତମାନେ ସୁସ୍ଥ ଅଛନ୍ତି ବୋଲି ପ୍ରକାଶ କରିଛନ୍ତି। ଗତକାଲି ଆଡ଼ପମଣ୍ଡପକୁ ଗୋଟି ପହଣ୍ଡିବେଳେ ଚାରମାଳ ଉପରେ ବଡ଼ଠାକୁର ଶ୍ରୀବଳଭଦ୍ର ପଡ଼ିଯାଇଥିଲେ। ଫଳରେ ସେବାୟତମାନେ ମଧ୍ୟ ରଥ ତଳକୁ ଖସି ପଡ଼ିଥିଲେ। ୭ରୁ ଅଧିକ ସେବାୟତ ଆହତ ହୋଇଥିବା ଜଣାପଡ଼ିଛି। ଏହି ଖବର ମିଳିବା ପରେ ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ପ୍ରଥମେ ପୁରୀ ପଠାଯାଇଥିଲା ଓ ପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ାଙ୍କୁ ପୁରୀ ଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ତିନିଠାକୁରଙ୍କ ଗୋଟି ପହଣ୍ଡିବେଳେ ଏଭଳି ଅଘଟଣକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଛି।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..