ରିପୋର୍ଟ କାର୍ଡ / ଭୁବନେଶ୍ୱର
ସମଗ୍ର ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ପାଣିପାଗର ଏପରି ସ୍ଥିତି ଆଗକୁ ଆହୁରି କିଛିଦିନ ପାଇଁ ଜାରି ରହିବ | ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଦକ୍ଷିଣ-ପଶ୍ଚିମ ଓ ଦକ୍ଷିଣ-ପୂର୍ବ ବଙ୍ଗୋସାଗର ର କିଛି ଭାଗ, ସମଗ୍ର ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ, ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ର କିଛି ଭାଗରେ ପ୍ରବେଶ କରିଛି। ଭାରତୀୟ ପାଣିପାଗ ବିଭାଗ କହିଛି, ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମାଳଦ୍ୱୀପ ଓ କୋମୋରିନ୍ ଅଞ୍ଚଳ, ଦକ୍ଷିଣ-ପଶ୍ଚିମ, ଦକ୍ଷିଣ-ପୂର୍ବ ଓ କେନ୍ଦ୍ର ବଙ୍ଗୋପସାଗର ର ଆହୁରି ଅଧିକ ଅଞ୍ଚଳକୁ ପ୍ରବେଶ କରିବ। ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବାପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଆସନ୍ତ ୩ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଅନୁଗୁଳ ଓ କନ୍ଧମାଳ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।ଏହିସବୁ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ଡିଜିପି ନିଯୁକ୍ତି ମାମଲା;ସେପ୍ଟେମ୍ବର ୨ରେ ପରବର୍ତ୍ତୀ ଶୁଣାଣି…..
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……