Report Card Odisha

| Daily Odia News

୧୫ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଗରମରୁ ମିଳିବ ଆଶ୍ୱସ୍ତି | ରାଜ୍ୟ ଉପର ଦେଇ ଉତ୍ତର ବିହାରରୁ କେନ୍ଦ୍ରୀୟ ଛତିଶଗଡ଼ ପର୍ଯ୍ୟନ୍ତ ସମୁଦ୍ର ପତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଲଘୁଚାପ ରେଖା ବ୍ୟାପି ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ ଦିନ ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଓ ନିକୋବର ଦ୍ୱୀପପୁଞ୍ଜର କିଛି ଅଂଶରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି କରାଯାଇ ଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Breaking News